Posts

Showing posts from January, 2023

ମାଘ ସପ୍ତମୀ (ମାଘ ସ୍ନାନ ର ମାହାତ୍ମ୍ୟ)

ମାଘ ସ୍ନାନ ର ମାହାତ୍ମ୍ୟ

ଶାମ୍ବ ଦଶମୀ ଓ ପୌରାଣିକ କାହାଣୀ

 ଶାମ୍ବ ଦଶମୀ ଓ ପୌରାଣିକ କାହାଣୀ ➖➖➖➖➖➖➖➖➖➖➖ ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।" ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର‌୍ୟ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ । ଓଡ଼ିଆଙ୍କ ସୁସ୍ୱାଦୁ, ସୁମିଷ୍ଟ, ତୃପ୍ତିକର ଖାଦ୍ୟ ପ୍ରସ୍ତୁତି ଦକ୍ଷତାର ଅସଲ ନିଦର୍ଶନା କଥା ଅଛି-""ଶମ୍ବର ଦଶମୀରେ ମଣିଷ ଗୋଟିଏକୁ ପିଠା ଗୋଟିଏ ।" କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ପନିପରିବାର ପ୍ରାଚୁର‌୍ୟ୍ୟର ସମୟ । ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ "ଘଡ଼ଘଡ଼ା ତିଅଣ" କୁହାଯାଏ । ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ । ନାରୀମାନେ...